ସରକାର ପଛ ଶ୍ରୀମନ୍ଦିର ଆଗ: ନବୀନ

() ନିଆଁରେ ଖେଳିବା ଭଳି ଥିଲା ଶ୍ରୀମନ୍ଦିର ରୂପାନ୍ତରଣ ଚ୍ୟାଲେଞ୍ଜ । ଶ୍ରୀମନ୍ଦିର ସହ ରାଜ୍ୟବାସୀଙ୍କ ଭାବବେଗ ଏତେ ଗଭୀର ଭାବେ ଜଡିତ ଯେ, ସାମାନ୍ୟତମ ଭୁଲ ପାଇଁ ରାଜନୈତିକ କ୍ୟାରିୟରରେ ପୂର୍ଣ୍ଣଛେଦ ପଡିବା ସହ ସରକାର ବି ବଦଳିଯିବାର ଆଶଙ୍କା ରହିଛି ବୋଲି ରୂପାନ୍ତରଣ ପ୍ରକଳ୍ପ ପାଇଁ ରୂପରେଖ ପ୍ରସ୍ତୁତ ସମୟରେ କିଛି ପ୍ରଭାବଶାଳୀ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏଭଳି ସତର୍କତାମୂଳକ ପରାମର୍ଶ ଦେଇଥିଲେ । କିନ୍ତୁ ରାଜନୈତିକ କ୍ୟାରିୟର ନୁହେଁ କାଳିଆଙ୍କ କାମକୁ ପ୍ରାଥମିକତା ଦେଇଥିଲେ ମୁଖ୍ୟମନ୍ତ୍ରୀ । ନିଜ ରାଜନୈତିକ ଭବିଷ୍ୟତକୁ ଭୃକ୍ଷେପ ନକରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ହାତକୁ ନେଇଥିଲେ ।

ଆଜି ଭୁବନେଶ୍ବରରେ ଆୟୋଜିତ ସହରାଞ୍ଚଳ ରୂପାନ୍ତରଣ ସମ୍ପର୍କିତ ଅନ୍ତର୍ଜାତୀୟ ସମ୍ମିଳନୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପଛରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅକୁହା କାହାଣୀକୁ କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପରିକ୍ରମା ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାବାସୀ ମୋତେ ୫ ଥର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରିଛନ୍ତି । ଲୋକମାନେ ମୋତେ ବିଶ୍ବାସ ଓ ଭରସା କରିବା ସହ ଅକୁଣ୍ଠ ଭଲପାଇବା ଦେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଓଡିଶାବାସୀଙ୍କର ରହିଛି ଅକୁଣ୍ଠ ଭଲପାଇବା ଓ ବିଶ୍ବାସ । ମୁଁ ଯଦି ଶ୍ରୀକ୍ଷେତ୍ରର ବିକାଶ ନକରିବି ଇତିହାସ ମୋତେ କ୍ଷମା ଦେବନି । ସରକାର ପ୍ରତି ଯେତେ ବିପଦ ଆସିଲେ ମଧ୍ୟ ଏହାକୁ ସାମ୍ନା କରି ମହାପ୍ରଭୁଙ୍କ କାମ କରିବି ବୋଲି କହିବା ସହ ପରିକ୍ରମା ପ୍ରକଳ୍ପକୁ ଆଗେଇ ନେଇଥିଲେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନ କହିଥିଲେ ଯେ, ଶ୍ରୀମନ୍ଦିର ରୂପାନ୍ତରଣ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ପୂର୍ବରୁ ମଧ୍ୟ ଚିନ୍ତା କରାଯାଇଥିଲା । ବହୁ ବଡ ବଡ ରାଜା ଓ ବ୍ରିଟିଶ ଅମଳର ଜିଲ୍ଲାପାଳମାନେ ବି ଉଦ୍ୟମ କରିଥିଲେ । ଏପରିକି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଓ ବିଜୁ ପଟ୍ଟନାୟକ ମଧ୍ୟ ଚିନ୍ତା କରିଥିଲେ । କିନ୍ତୁ ଶ୍ରୀମନ୍ଦିର ରୂପାନ୍ତରଣ କାମ ଯିଏ ବି ଆରମ୍ଭ କରିଥିଲେ ସେମାନେ ୧୫ଦିନରୁ ମାସେ ମଧ୍ୟରେ ଓହରିଯାଇଥିଲେ । କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଟଳ ନିଷ୍ପତ୍ତି ଓ ମହାପ୍ରଭୁଙ୍କ ପ୍ରତି ଥିବା ଭକ୍ତିଭାବ ଯୋଗୁଁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବାସ୍ତବ ରୂପ ନେଇଛି । ଏହି ରୂପାନ୍ତରଣକୁ ଗଜପତି ମହାରାଜ ମଧ୍ୟ ପ୍ରଶଂସା କରିଛନ୍ତି । ୭୦୦ ବର୍ଷରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିରରେ ଆସିଛି ରୂପାନ୍ତରଣ ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!