ଯାତ୍ରାପାର୍ଟି ବସ୍ ଦୁର୍ଘଟଣା, 7 ମୃତ

ଦୁଆରଶୁଣି ଘାଟିରେ ଭୟଙ୍କର ଦୁର୍ଘଟଣା। ଘାଟିରେ ଓଲଟି ପଡିଲା ଯାତ୍ରାପାର୍ଟି ଟ୍ରକ। ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଛି। ଅନେକ ଗାଡ଼ି ଭିତରେ ଚାପି ହୋଇ ରହିଛନ୍ତି। ଟ୍ରକ ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଧଉଳି ଗଣନାଟ୍ୟର ବୋଲି ଜଣାପଡିଛି। ଘଟଣାସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୟୂରଭଂଜ ୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଛି ଯାତ୍ରା ପାର୍ଟି ଟ୍ରକ । …

 

Post Views9 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!