ଅଗଷ୍ଟ ୧୫ରୁ ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ମ୍ୟାଜିକ କାର୍ଡ

ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ମ୍ୟାଜିକ କାର୍ଡ ।+୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କୁ ଜଣାଇଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । କଲେଜର ୯୫% +୩ ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ଛାତ୍ରବୃତ୍ତି ।

ଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କା ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ମିଳିବ । ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇବେ । ସେହିଭଳି ପାଖାପାଖି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇବେ । ପ୍ରତିବର୍ଷ ଏହି ଛାତ୍ରବୃତ୍ତି ମିଳିବ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ଏହି ଛାତ୍ରବୃତ୍ତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ । ସରକାରୀ କର୍ମଚାରୀ ଓ ଆୟକର ଭରୁଥିବା ଅଭିଭାବକଙ୍କ ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବନି ।

କୌଣସି ସ୍ଥାନକୁ ଯାତ୍ରା କରୁଥିଲେ ଏହି କାର୍ଡରେ ଛାତ୍ରଛାତ୍ରୀଙ୍କୁ ରିହାତି ସୁବିଧା ମିଳିବ । ଏହି କାର୍ଡରେ ବିଭିନ୍ନ ୱାଇଫାଇ ପଏଣ୍ଟରେ ଇଣ୍ଟରନେଟ ସୁବିଧା ପାଇପାରିବେ । ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ ଏହାର ଡାଟାବେସ୍ ଏହି କାର୍ଡରେ ମିଳିବ । ସେହିଭଳି ପରୀକ୍ଷା ଫଳ, ଉପସ୍ଥାନର ପୂରା ତଥ୍ୟ ମଧ୍ୟ ଏହି କାର୍ଡରେ ରହିବ ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!