ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଗୃହ, ଅବକାରୀ ଓ ଜଙ୍ଗଲ ବିଭାଗ ଅଧୀନରେ ଥିବା ମାମଲା ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଆଦିବାସୀଙ୍କ ଉପରୁ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ପ୍ରତ୍ୟାହୃତ ହେବ। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।

