ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ ।
ଏହାସହ ସୁଧ ଫେରସ୍ତ ବାବଦକୁ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ।
ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ।

