ପଦ୍ମ ସମ୍ମାନିତ ମାସକୁ ପାଇବେ ୨୫,୦୦୦ ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!