ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ୭୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଷମ କଟକରୁ ଜଗନ୍ନାଥ ସାରକା, ଗୁଣପୁରରୁ ରଘୁନାଥ ଗମାଙ୍ଗ, ରାୟଗଡାରୁ ଅନୁସୂୟା ମାଝୀ, ବରଗଡ଼ ଦେବେଶ ଆଚାର୍ଯ୍ୟ, ବିଜେପୁରରୁ ରିତା ସାହୁ, ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆ, ଭଟଲିରୁ ସୁଶାନ୍ତ ସିଂହ, ଜଳେଶ୍ୱରରୁ ଅଶ୍ୱିନୀ ପାତ୍ର, ବସ୍ତାରୁ ସୁବାସିନୀ ଜେନା, ଭଣ୍ଡାରିପୋଖରୀ ସଂଜୀବ କୁମାର ମଲ୍ଲିକ, ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁର ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ସଞ୍ଜୟ କୁମାର ଦାସ, ଚାନ୍ଦବାଲି ବ୍ୟୋମକେଶ ରାୟ, ବିଂଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳା ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦା ପ୍ରୀତିରଞ୍ଜନ ଘଡେଇ, ଢେଙ୍କାନାଳ ସୁଧୀର ସାମଲ, କାମାକ୍ଷାନଗରରୁ ପ୍ରଫୁଲ୍ଲ କୁମାର ମଲ୍ଲିକ, ପରଜଙ୍ଗରୁ ନୃସିଂହ ସାହୁ, ପାଲଲହଡାରୁ ମୁକେଶ କୁମାର ପାଲ, ଛେଣ୍ଡିପଦାରୁ ସୁଶାନ୍ତ ବେହେରା, ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇସିଂହାରୁ ନିହାର ବେହେରା, ପାଟଣାଗଡରୁ ସରୋଜ ମେହେର, ବଲାଙ୍ଗୀରରୁ କଳିକେଶ ସିଂ ଦେଓ, ଟିଟିଲାଗଡରୁ ଟୁକୁନି ସାହୁ, ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନ ନାୟକ, ଝରୀଗାଁରୁ ରମେଶ ମାଝୀ, ନବରଂଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡରୁ ପ୍ରଦୀପ ଦିଶାରୀ, ଜୁନାଗଡରୁ ଦିବ୍ୟ ଶଙ୍କର ମିଶ୍ର ପ୍ରମୁଖଙ୍କୁ ଟିକେଟ ଦିଆଯାଇଛି ।

 

ଧର୍ମଗଡରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲଳିତା ନାଇକ, ଜି ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହୀଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ, ବଡ଼ମ୍ବାରୁ ଦେବୀ ମିଶ୍ର, ବାଙ୍କିରୁ ଦେବୀ ତ୍ରିପାଠୀ, ଆଠଗଡରୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ଚୌଦ୍ବାରରୁ ସୌଭିକ ବିଶ୍ୱାଳଙ୍କ ନାମ ଘୋଷଣା କରାଯାଇଛି | ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ର ସାରଥୀ ବେହେରା, ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧୃବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଞ୍ଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥି, ଜଟଣୀରୁ ବିଭୁତି ବଳବନ୍ତରାୟ, ରଣପୁରରୁ ସତ୍ୟ ପ୍ରଧାନ, ଦଶପଲ୍ଲାରୁ ରମେଶ ବେହେରା, ନୟାଗଡରୁ ଅରୁଣ କୁମାର ସାହୁ, ଭଞ୍ଜନଗରରୁ ବିକ୍ରମ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗରରୁ ଲତିକା ପ୍ରଧାନ, ଛତ୍ରପୁରରୁ ସୁବାଷ ବେହେରା, ସୋରଡ଼ାରୁ ସଂଘମିତ୍ରା ସ୍ୱାଇଁ, ହିଞ୍ଜିଳିରୁ ନବୀନ ପଟ୍ଟନାୟକ, ଗୋପାଳପୁରରୁ ବିକ୍ରମ ପଣ୍ଡା, ଦିଗପହଣ୍ଡିରୁ ବିପ୍ଳବ ପାତ୍ର, ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୁପ ଦେବ, କୋଟପାଡ଼ରୁ ଚନ୍ଦ୍ରଶେଖର ମାଝୀ, କୋରାପୁଟରୁ ରଘୁରାମ ପୋଡଲ, ମାଲକାନଗିରିରୁ ମାନସ ମାଡକାମୀ, ଘସିପୁରାରୁ ବଦ୍ରି ପାତ୍ରଙ୍କୁ ଟିକେଟ ଦିଆଯାଇଛି ।

ସେହିପରି ଲୋକସଭା ନିର୍ବାଚନ ଲଢ଼ିବେ ସେମାନଙ୍କ ନାମ ଘୋଷଣା କରିଛି ବିଜେଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ତାଲିକାରେ ୯ଜଣଙ୍କ ନାମ ରହିଛି। କଳାହାଣ୍ଡିରୁ ଲମ୍ବୋଦର ନିଆଲ ପ୍ରାର୍ଥୀ ହୋଇଥିବା ବେଳେ ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡରୁ ଦିଲୀପ ତିର୍କି, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି,  ନବରଙ୍ଗପୁରରୁ ପ୍ରଦୀପ ମାଝି, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକାକା ଏବଂ ଆସ୍କାରୁ ରଂଜିତା ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!