ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରଥମ ଥର ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଙ୍କ ସାମ୍ବାଦିକ ସମ୍ମିଳନୀ । ଏହି ସମ୍ମିଳନୀ ରେ ସିଇସି ରାଜୀବ କୁମାର ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ରାଜୀବ କୁମାର କହିଛନ୍ତି । ସେ କହିଛନ୍ତି ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ରେକର୍ଡ ସୃଷ୍ଟି କରିଛି । ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି ।
ଏହାସହ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ନିର୍ବାଚନରେ ସର୍ବାଧିକ ମହିଳା ଭୋଟର ନିଜର ମତସାବ୍ୟସ୍ତ କରିଥିବା ବଳେ ୩୧ କୋଟି ମହିଳା ଭୋଟ୍ ଦେଇଛନ୍ତି ।କେବଳ ଏତିକି ନୁହେଁ ଏଥର ସବାଧିକ ବୟସ୍କ ଓ ଦିବ୍ୟାଙ୍ଗ ବ୍ୟକ୍ତି ମଧ୍ୟ ମତଦାନ କରିଛନ୍ତି ।

