ଶିଶୁମନ୍ଦିର ଗୁରୁଜୀରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସବୁ ସସପେନ୍ସରୁ ହଟିଲା ପରଦା । ମୋହନ ମାଝୀ ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବାଛିଛି ଦଳ ।

ସରପଞ୍ଚରୁ ସିଏମ ବନିଥିବା ମୋହନ ଚରଣ ମାଝୀ ୧୯୭୨ ଜାନୁଆରୀ ୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ସେ ୪ଥର ବିଧାୟକ ହୋଇଥିବାବେଳେ ପ୍ରଥମେ ସେ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଜୀ ଭାବେ ପାଠ ପଢ଼ାଉଥିଲେ । ପରେ ସେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ । ଆଉ ୨୦୦୦ ମସିହାରେ ପ୍ରଥମେ କେନ୍ଦୁଝରର ବିଧାୟକଭାବେ ନିର୍ବାଚିତ ହୋଇ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୪ଥର ବିଧାୟକଭାବେ ଭାବେ ନିର୍ବାଚିତ ହୋଇଥିବାବେଳେ ବିଜେପିର ଜଣେ ଦକ୍ଷ ସଂଗଠକ ଥିଲେ । ମୁଖ୍ୟମନ୍ତ୍ରୀଭାବେ ତାଙ୍କ ନାମ ଘୋଷଣା ହେବା ପରେ ଛୁଟିଛି ଶୁଭେଚ୍ଛାର ସୁଅ ।

୧୯୭୨ ମସିହା ଜାନୁୟାରୀ ୬ତାରିଖରେ କେନ୍ଦୁଝର ଜିଲ୍ଲାର ସଦର ଥାନା ଅନ୍ତର୍ଗତ ରାଇକଳା ଗାଁରେ ଜନ୍ମିତ ମୋହନ ଚରଣ ମାଝୀ ବିଏ୍ ପାସ୍ କରିଛନ୍ତି । ତାଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି ଜଣେ ଡାକ୍ତର । ତାଙ୍କର ଦୁଇ ପୁଅ ଅଛନ୍ତି । ସେ ସାମାଜିକ କାର୍ଯ୍ୟ କରିବାକୁ ପସନ୍ଦ କରିଥାନ୍ତି । ସେ ନିଜର ଅବସର ସମୟରେ ଗୀତ ଗାଇବା ଓ ପଢ଼ିବାକୁ ଭଲ ପାଇଥାନ୍ତି । ମୋହନ ମଧ୍ୟ କେନ୍ଦୁଝର ରାଇକଳା ରାଇଜି ଷ୍ଟାର କ୍ଲବର ଜଣେ ପେଷାଦାର ଫୁଟବଲ ଖେଳାଳୀ । ତେବେ ୧୯୯୭ ମସିହାରେ ନିଜ ପଂଚାୟତରୁ ସରପଂଚ ଜିଜିଥିବା ମୋହନ ୨୦୦୦ ମସିହାରେ ରାଜ୍ୟରେ ବିଜେଡି ଓ ବିଜେପି ମେଂଟ ପ୍ରାର୍ଥୀ ଭାବେ କେନ୍ଦୁଝର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ମୋହନ ମାଝୀ କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବା ଯାଏଁ କାର୍ଯ୍ୟ କରିଥିଲେ।

ପରେ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏଥର ନିର୍ବାଚନରେ ମଧ୍ୟ ବିଜୟୀ ହୋଇ ସେ ରେକର୍ଡ କରିବା ସହ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

 

Post Views97 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!