ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

୨୪ ବର୍ଷର ନବୀନ ପଟ୍ଟନାୟକ ଯୁଗ ଶେଷ ହେଲା। ଆରମ୍ଭ ହେଲା ମୋହନ ମାଝୀ ଯୁଗ। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମନ୍ତ୍ରିମଣ୍ଡଳରେ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!