ଜାଣନ୍ତୁ ମୋହନ ସରକାର ଙ୍କ ମନ୍ତ୍ରୀମଣ୍ଡଳ

ଓଡ଼ିଶାରେ ଆରମ୍ଭ ହୋଇଛି ମୋହନଙ୍କ ନୂଆ ସରକାର । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଏବଂ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ ।

କ୍ୟାବିନେଟ୍ ମନ୍ତ୍ରୀ ଭାବେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ ଶପଥ ନେଇଥିଲେ ଏହାପରେ କୁଚିଣ୍ଡା ବିଧାୟକ ରବି ନାୟକ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ଢେଙ୍କାନାଳ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ, ଲୋଇସିଂହା ବିଧାୟକ ଡକ୍ଟର ମୁକେଶ ମହାଲିଙ୍ଗ, ଗୋପାଳପୁର ବିଧାୟକ ବିଭୂତି ଭୂଷଣ ଜେନା ଏବଂ ମୋରଡ଼ା ବିଧାୟକ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

୮ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ମୋହନଙ୍କ ଟିମରେ ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଏହି ୫ ଜଣ ସ୍ୱାଧୀନ ଭାବେ ସେମାନଙ୍କ ଦାୟିତ୍ୱ ତୁଲାଇବେ । ଯଶିପୁର ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ, ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ ଓ ପାରାଦୀପ ବିଧାୟକ ସଂପଦ ସ୍ୱାଇଁଙ୍କୁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!