ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର ବିଧାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ ।

ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!