ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା

ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟ ଅନୁଯାୟୀ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଲଗାତାର ଦ୍ୱିତୀୟ ଥର ପାଇଁ ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଯାହାକୁ ଏନଡିଏରେ ଥିବା ସହଯୋଗୀ ଦଳ ସମର୍ଥନ କରିଥିଲେ ।

ସେହିଭଳି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ଯାହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ ଜଣାଇଥିଲେ । ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଧ୍ୱନିମତ ସଂଗ୍ରହ କରିଥିଲେ । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ କହିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!