ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡ଼ିଶା ଗସ୍ତ, ସନ୍ଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିବେ

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ସନ୍ଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିବେ । ରାଜଭବନରେ ରାତ୍ରିଯାପନ କରି କାଲି ପୁରୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀ ସମେତ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତିଙ୍କ ରୁଟକୁ ନୋ ଫ୍ଲାଇଙ୍ଗ ଜୋନ କରାଯାଇଛି ଏପରିକି ତାଙ୍କ ଗସ୍ତ ରାସ୍ତାକୁ ସିଲ୍ କରାଯିବାର ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷାରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୁଲିସ ଟିମ୍ ବି ମୁତୟନ ହେବେ । ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିବେ।
ମିଳିଥିବା ସୂଚନା ଅନୁଯାୟୀ ଆସନ୍ତାକାଲି ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ ସାମିଲ ହେବେ । ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିଵା ପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ସହ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ ।

ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ା ସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଣ୍ଟରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବାର ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Post Views80 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!