ଆରମ୍ଭ ହେଲା ବିଜେପି ପଦାଧିକାରୀ ବୈଠକ । ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବସିଛି ପଦାଧିକାରୀ ବୈଠକ । ଏହି ବୈଠକରେ ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ, ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ସମସ୍ତ ମୋର୍ଚ୍ଚାର ସଭାପତି ଉପସ୍ଥିତ ଅଛନ୍ତି ।
ପୁରୀର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ଠାରେ ଆରମ୍ଭ ହୋଇଛି ବୈଠକ। ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ବସିଚି । ଅପରାହ୍ନ ୨.୩୦ରେ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ଜେ.ପି. ନଡ୍ଡା । ଏହା ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ। ବୈଠକରେ ରାଜନୈତିକ ପରିସ୍ଥିତି, ସାମ୍ପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ହେବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

