ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି

ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା ହୋଇଥିବା ଏହି ନିୟମ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ପାଇଁ ଲାଗୁ ହେବ। ରାଜ୍ୟ ସରକାର ଖୁବଶୀଘ୍ର ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯାଉଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହା ଏବେ କାର୍ଯ୍ୟକାରୀ ହେବାକୁ ଯାଉଛି। ମହିଳାମାନେ ଋତୁସ୍ରାବ ଦିନ କିମ୍ବା ତା’ପର ଦିନ ଏହି ଛୁଟି ପାଇପାରିବେ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!