ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀପତ୍ର ଭରିଲେ ମମତା ମହନ୍ତ

ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ, ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ହେଲେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ ଯେ, ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି। ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ପରଦିନ ସେ ବିଜେପିରେ ମିଶିଥିଲେ, ଏବେ ସେ ନାମାଙ୍କନ ଭରିଥିବାବେଳେ, ସେ ପୁଣିଥରେ ରାଜ୍ୟସଭା ଯିବା ନିଶ୍ଚିତ ହୋଇଛି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!