ଛତୁଆ ଝଡ଼, କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ବିଧାନସଭାରେ ଛତୁଆକୁ ନେଇ ବିଧାନସଭାରେ ଝଡ଼ । ଗୃହରେ ଛତୁଆ ଦୁର୍ନୀତି ନେଇ ବିଧାୟକଙ୍କ ଉଦବେଗ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏପରିକି ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ହୋଇଛି । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି  ।

ଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ଏକାଧିକ ବିଧାୟକ ମାନେ ଛତୁଆର ମାନ ନେଇ ଉଦବେଗ ପ୍ରକାଶ କରିବା ପରେ ଏହି ପ୍ରସଙ୍ଗକୁ ଗୁରୁତର ସହ ନେଇଥିଲେ ବାଚସ୍ପତି । ସମସ୍ତ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ଗୃହକୁ ରିପୋର୍ଟ ଦିଆଯିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!