ରାଜ୍ୟ ସଭାରୁ ଇସ୍ତଫା ଦେଲେ ବିଜେଡି ଏମ୍ପି ସୁଜିତ କୁମାର। ରାଜ୍ୟ ସଭା ଚେୟାରମ୍ୟାନଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି।
ଇସ୍ତଫା ଦେବାର କିଛି ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର ହୋଇଥିବା ସୂଚନା ମିଳିଛି। ବିଜେଡିରୁ ରାଜ୍ୟ ସଭା ଏମ୍ପି ଥିଲେ ସୁଜିତ।
ସୁଜିତଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା। ହେଲେ ଏହା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।

