ଭରତପୁର ଥାନାରେ ନିର୍ଯାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଇଆଇସିଙ୍କ ସମତେ ୫ ପୁଲିସ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ଘଟଣାର ମୂଳ ମାମଲାର ବି ତଦନ୍ତ ହେବ । ପୁଲିସ ଡିଜିପି ୱାଇ ବି ଖୁରାନିଆ ଦେଇଛନ୍ତି ଏହି ନିର୍ଦ୍ଦେଶ ।
ତେଣୁ ସେନା ଅଧିକାରୀଙ୍କ ଅଭିଯୋଗ ଆଧାରରେ ଏକ ନୂଆ ମାମଲା ରୁଜୁ କରାଯିବ । ଏହି ମାମଲା ଆଧାରରେ ସେମାନଙ୍କୁ ରାସ୍ତା ଉପରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ରୋଡ ରୋମିଓଙ୍କୁ ଚିହ୍ନଟ କରାଯିବ । ଏହାପରେ ସେମାନଙ୍କ ଉପରେ ଆକ୍ସନ ନିଆଯିବ ବୋଲି କହିଛନ୍ତି ପୁଲିସ୍ ଡିଜିପି।
୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍ରେ କିଛି ରୋଡ୍ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।

