କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଲେ ଆତିଶୀ

ନିଆରା ଢ଼ଙ୍ଗରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଆରମ୍ଭ କରିଛନ୍ତି।

ଏହି ସମୟରେ ଆତିଶୀ କହିଛନ୍ତି, ଆଜି ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖି ରାଜ୍ୟଭାର ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି।

ଏହି ସମୟରେ ଆତୀଶି ବିଜେପିକୁ କଡ଼ା ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଗତ ଦୁଇ ବର୍ଷ ଧରି ଅରବିନ୍ଦ କେଜ୍ରିୱାଲଙ୍କ ଉପରେ କାଦୁଅ ଫିଙ୍ଗିବାରେ ବିଜେପି କୌଣସି ମଉକା ଛାଡି ନାହିଁ। ତାଙ୍କୁ ୬ ମାସ ଧରି ଜେଲ୍ରେ ରଖାଗଲା। ଅଦାଲତ ମଧ୍ୟ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲଙ୍କୁ ମନ୍ଦ ଉଦ୍ଦେଶ୍ୟରେ ଗିରଫ କରାଯାଇଥିଲା।
ଏହି ଚୌକି ଅରବିନ୍ଦ କେଜ୍ରିୱାଲଙ୍କର ଅଟେ। ଫେବୃଆରୀରେ ହେବାକୁ ଥିବା ନିର୍ବାଚନରେ ଦିଲ୍ଲୀର ଲୋକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବେ ବୋଲି ମୋର ଦୃଢ଼ ବିଶ୍ୱାସ। ସେପର୍ଯ୍ୟନ୍ତ ଅରବିନ୍ଦ କେଜ୍ରିୱାଲଙ୍କ ଏହି ଚୌକି ଏଠାରେ ହିଁ ରହିବ ବୋଲି ଆତିଶୀ କହିଛନ୍ତି।

Post Views75 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!