କାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩ ତାରିଖରେ ହୋଟେଲ ତାଜରେ ନିବେଶକ ସମ୍ମିଳନୀ ଆୟୋଜିତ ହେବ ।
ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ‘ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ଦିଲ୍ଲୀ ଯାଉଛନ୍ତି ସିଏମ୍ । ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ସଚିବ, ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀ ଯାଉଛନ୍ତି ।
ବିଭିନ୍ନ ଦେଶର ଆମ୍ବାସାଡ଼ର, ହାଇକମିଶନର, ଟ୍ରେଡ୍ କମିଶନର, କନସଲ୍ଟ ଜେନେରାଲଙ୍କ ସହ ଆଲୋଚନା କରିବେ । ବିଭିନ୍ନ ଶିଳ୍ପପତିଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ । ଶେଷରେ ଏକ ରୋଡ୍ ଶୋ’ ଆୟୋଜିତ ହେବ ।
ଆସନ୍ତାବର୍ଷ ଜାନୁଆରି ୨୮ ଏବଂ ୨୯ ତାରିଖରେ ମେକ ଇନ୍ ଓଡିଶା କନକ୍ଲେଭ୍ ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେବ । ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।
ଗତକାଲିଠୁ ଝାଡ଼ଖଣ୍ଡ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଗସ୍ତ କରିଥିଲେ। ଆଜି ସେ ଚାଇଁବାସାର କୋଲ୍ ହାନ୍ ଗସ୍ତ କରିଥିବା ଜଣାଯାଇଛି।
ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ ବୋଲି ରାଜନୈତିକ ବିଶାରଦ ସୂଚନା ଦେଇଛନ୍ତି।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!