ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

କଳାହାଣ୍ଡିର ଜଣାଶୁଣା ରାଜନେତା ଧନେଶ୍ୱର ମାଝୀଙ୍କର ଆଜି ସକାଳେ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ନର୍ଲା ଓ କେସିଙ୍ଗାରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୧, ୧୯୭୪, ୨୦୦୦, ୨୦୦୪ ଓ ୨୦୧୪ ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କେସିଙ୍ଗା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି।

ଏହାଛଡ଼ା ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

 

Post Views27 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!