ଆସିଲା ସୁଭଦ୍ରା ଟଙ୍କା, ଶୀଘ୍ର କରନ୍ତୁ ଚେକ୍

‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ କେମିତି ଚେକ କରିବେ ଆସନ୍ତୁ ଜାଣିବା…

ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।

Post Views29 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!