ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି

ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି । ଏହିପରି ଭାବରେ ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦ ଲକ୍ଷ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏ ଏବଂ ଡିଆରକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି।

ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏରେ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ ମିଳିଛି। ଦୀପାବଳି ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି ଏବଂ ଆଜିର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି।

ଏଥର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ସେମାନଙ୍କର ଅକ୍ଟୋବର ବେତନରେ ଏକ ବୃହତ ବୃଦ୍ଧି ପାଇବେ କାରଣ ୨୦୨୪ ଜୁଲାଇ ୧ରୁ ପିଛିଲା ଭାବେ ଲାଗୁ ହେବ।

ସୂଚନାଯୋଗ୍ୟ, କେନ୍ଦ୍ର ସରକାର ପ୍ରତିବର୍ଷ ଜାନୁଆରୀ ଏବଂ ଜୁଲାଇରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ବୃଦ୍ଧି କରନ୍ତି। ଏହି ବର୍ଷ ଅର୍ଥାତ୍‌ ୨୦୨୪ ଜାନୁଆରୀରେ ଡିଏ ୪% ବୃଦ୍ଧି ପାଇଥିଲାବେଳେ ଜୁଲାଇ ପାଇଁ ଡିଏ ବୃଦ୍ଧି କରିବାର ନିଷ୍ପତ୍ତି ଆଜି ଅନୁଷ୍ଠିତ ବୈଠକରେ ନିଆଯାଇଛି।

Post Views52 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!