ଆସିଲା ଅପଡେଟ, ଏଠି ଲ୍ୟାଣ୍ଡଫଲ୍ କରିବ ବାତ୍ୟା

ବାତ୍ୟାର ଗତିପଥ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବଡ଼ ଏବଂ ନୂଆ ଅପ୍‌ଡେଟ୍‌ ଆସିଛି। ଏହି ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ ହୋଇଛି। ଏହା ଉତ୍ତର ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି। ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁପାରେ। ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇବ। ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ ବୋଲି ପୂର୍ବାନୁ ମାନ ହୋଇଛି।

ଆଇଏମଡି ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ।

ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।

ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!