ଢେଙ୍କାନାଳରେ ସମ୍ଭାବିତ ବାତ୍ୟା ପରିସ୍ଥିତି ନେଇ ଜିଲ୍ଲା ପ୍ରଶାସନର ତତ୍ପରତା

ଢେଙ୍କାନାଳ ଜିଲ୍ଲାରେ ସମ୍ଭାବିତ ବାତ୍ୟା ଏବଂ ବୃଷ୍ଟିପାତକୁ ଦୃଷ୍ଟିରେ ରଖି, ଏହାର ମୁକାବିଲା ପାଇଁ ଓ ପୂର୍ବ ପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ବଙ୍ଗୋପ ସାଗରରେ ପ୍ରି-ସାଇକ୍ଲୋନ୍ ବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୪ ଓ ୨୫ ତାରିଖ ଦିନ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରିକରିଛି ପାଣିପାଗ ବିଭାଗ।ଏହା ସହିତ ୬୦ ରୁ ୯୦କିମି ବେଗରେ ପବନ ବହିବା ନେଇ ମଧ୍ୟ ସୂଚନା ରହିଛି l ତେଣୁ ଜିଲ୍ଲାରେ ସମସ୍ତ ପ୍ରକାର ଆପଦକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାପାଇଁ ନିର୍ଦେଶ ଦେଇଛନ୍ତି l

ସମ୍ଭାବିତ ବର୍ଷାରେ ବନ୍ୟା ବ୍ଳପିତ ହେବାକୁ ଥିବା ଅଂଚଳରେ ମଧ୍ୟ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ବ୍ରାହ୍ମଣୀ ନଦୀର ଅବବାହିକାରେ ଅବସ୍ଥିତ ଗ୍ରାମ ଗୁଡିକ ବନ୍ୟା ଦ୍ୱାରା ପ୍ରଭାବିତ ହେବାର ପରିସ୍ଥିତି ଥିବା ବଳେ ପ୍ରଶାସନ ଏଥି ପାଇଁ ପୂର୍ବରୁ ସଚେତନ ହୋଇ ଜନସାଧାରଣଙ୍କୁ ଉପଯୁକ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରୀକରଣ କରିବା ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ଭାବିତ ବାତ୍ୟାକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ୨୩ ଅକ୍ଟୋବରରୁ ୨୬ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ ରଖାଯିବ l ଏବଂ ଗତକାଲି ଏସଆରସି ଙ୍କ ପକ୍ଷରୁ ଢେଙ୍କାନାଳ ରେ ୨୩ ଅକ୍ଟୋବର ରୁ ୨୫ ଅକ୍ଟୋବର ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରହିବ ବୋଲି ନିର୍ଦେଶନାମା ଜାରି କରାଯାଇଛି l ଆବଶ୍ୟକସ୍ଥଳେ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ଜିଲ୍ଲାର ସମସ୍ତ ୧୦ଟି ଅଗ୍ନିଶମ କେନ୍ଦ୍ର ଓ ୨ଟି ଓଡ୍ରାଫ ଟିମ ପ୍ରସ୍ତୁତ ରହିଛନ୍ତି । ସମସ୍ତ ବିଡ଼ିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି ।

ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ। ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରଭାବିତ ଅଞ୍ଚଳଗୁଡିକରେ ନିରାପଦ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି। ଜିଲ୍ଲାରେ ଥିବା ସମସ୍ତ ଓଡ୍ରାଫ ଟିମଙ୍କୁ ମହଜୁଦ ରହି ଅପଦା ପ୍ରବନ୍ଧନ କାର୍ଯ୍ୟରେ ନିୟୋଜିତ ରହିବା ଏବଂ ସମସ୍ତ ଜରୁରୀକାଳୀନ ପରିସ୍ଥିତିରେ ଜନସାଧାରଣ ମାନଙ୍କ ପାଖରେ ପହଂଚିବା ଭଳି କାର୍ଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳ କହିଛନ୍ତି l ଏଥି ସହିତ କୌଣସି ଜରୁରୀକାଳୀନ ଅଧିକାରୀ ଏବଂ କର୍ମଚାରୀଙ୍କୁ କାର୍ଯ୍ୟ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ମଧ୍ୟ ଜିଲ୍ଲାପାଳ ଆଦେଶ ଦେଇଛନ୍ତି। ସମୟ ସମୟେ ସରକାରୀ ସୂତ୍ରରୁ ମିଳୁଥିବା ସୂଚନା ବିଷୟରେ ଅବଗତ ରହିବାକୁ ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ସହଯୋଗ କରିବାକୁ ଜନସାଧାରଣ ମାନଙ୍କୁ ଅନୁରୋଧ କରାଯାଇଛି। ବିଶେଷ କରି ତୁରନ୍ତ ରିଲିଫ୍ ଯୋଗାଣ, ବିଶୁଦ୍ଧ ଜଳ ଓ ଖାଦ୍ୟ ଯୋଗାଣ, ଆବଶ୍ୟକ ସ୍ଥଳେ ଅସ୍ଥାୟୀ ଆଶ୍ରୟସ୍ଥଳୀ ସ୍ଥାପନ ଏବଂ ଚିକିତ୍ସା ସହାୟତାକୁ ସୁଗମ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ଆବଶ୍ୟକସ୍ଥଳେ କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।ସମ୍ଭାବ୍ୟ ବାତ୍ୟା କୁ ନଜରରେ ରଖି ଢେଙ୍କାନାଳ ରେ ଚାଲୁଥିବା ଗଜଲକ୍ଷ୍ମୀ ପୂଜା ମଣ୍ଡପର ତୋରଣ,ଗେଟ, ଲାଇଟ ଆଦିକୁ ଖୋଲିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି l ଏହି ପ୍ରରିପ୍ରେକ୍ଷୀରେ ଢେଙ୍କାନାଳ ଜିଲ୍ଲା ପାଇଁ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ବର ୨୨୧୩୭୬ ଜାରି କରାଯାଇଛି l

ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନଵ ସୋନକର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼. ଦିଲ୍ଲୀପ କୁମାର ବିଶ୍ୱାଳ, ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!