ବୁଦାନାଇ ଜଙ୍ଗଲରେ ଏନ୍‌କାଉଣ୍ଟର

କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଏନେଇ ପୋଲିସ ଏବଂ ଏସ୍‌ଓଜି ଯବାନ ମିଳିତ ଭାବେ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ଫଳରେ ଯବାନ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନ୍‌କାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ଯବାନମାନେ ଜଙ୍ଗଲରୁ ଏକେ-୪୭ ବନ୍ଧୁକ ସହ ମାଓବାଦୀମାନେ ବ୍ୟବହାର କରୁଥିବା ବିଭିନ୍ନ ସାମଗ୍ରୀ ଜବତ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

Post Views46 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!