ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ

ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।

ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।

ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

Post Views98 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!