ଖସିପଡିଲା ହେଲିକପ୍ଟର ; ୩ ମୃତ, ୨ ଗୁରୁତର

ଗୁଜରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଚାଲିଛି। ଅଗ୍ନିଶମ ଏବଂ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଡିଏମ୍ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚିଛନ୍ତି । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ପରେ ଏହି ଦୁର୍ଘଟଣା ଘଟିଛି। ବିମାନରେ ଦୁଇଜଣ ପାଇଲଟ୍ ଏବଂ ଅନ୍ୟ ତିନି ଜଣ ଥିଲେ । ପ୍ରାରମ୍ଭିକ ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି ।

ନ୍ୟୁଜ୍ ଏଜେନ୍ସି ଏନଆଇର ରିପୋର୍ଟ ଅନୁଯାୟୀ, ଭାରତୀୟ ତଟରକ୍ଷୀ ବାହିନୀର ଜଣେ ଅଧିକାରୀ କହିଛନ୍ତି ଯେ, ଏକ ନିୟମିତ ତାଲିମ ବିମାନ ଉଡ଼ାଣ ସମୟରେ ଗୁଜରାଟର ପୋରବନ୍ଦରରେ କୋଷ୍ଟଗାର୍ଡର ଏଲ୍ଏଚ୍ ଧ୍ରୁଭ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଭୂମିରେ ମାଡ଼ ହେବା ମାତ୍ରେ ହେଲିକପ୍ଟରରେ ନିଆଁ ଲାଗି ଯାଇଥିଲା।
ଏହାପୂର୍ବରୁ ୨ ସେପ୍ଟେମ୍ବର ୨୦୨୪ରେ ପୋରବନ୍ଦର ଉପକୂଳ ନିକଟ ଆରବ ସାଗରରେ ଭାରତୀୟ ତଟରକ୍ଷୀ ବାହିନୀର ଏକ ଉନ୍ନତ ହାଲୁକା ହେଲିକପ୍ଟର ଖସିପଡିଥିଲା। ଏହି ଦୁର୍ଘଟଣା ପରେ ଚାରିଜଣ କ୍ରୁ ସଦସ୍ୟଙ୍କ ମଧ୍ୟରୁ ଜଣେ ଉଦ୍ଧାର ହୋଇଥିଲେ।

Post Views15 Total Count

Apply Now


This will close in 0 seconds

error: Content is protected !!