ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବାକ୍ଷରିତ ହୋଇଛି ଏମଓୟୁ

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବାକ୍ଷରିତ ହୋଇଛି MoU । ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି । ଏହି ଯୋଜନା ଓଡ଼ିଶାରେ ଲାଗୁ ହେଲେ ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ । ଦେଶର ୩୦ ହଜାର ହସ୍ପିଟାଲ୍‌ରେ ସୁବିଧା ମିଳିବ । ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ ।

ଆଜି କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ । ଆୟୁଷ୍ମାନ ଭାରତ ପାଇଁ MOU ବେଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର । ଆୟୁଷ୍ମାନ ଭାରତ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ । ସ୍ବାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି, ୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି । ୩ଟି ରାଜ୍ୟ ରାଜନୈତିକ ହୀନମନ୍ୟତା ପାଇଁ ଲାଗୁ କରି ନଥିଲେ ବୋଲି ସେ କହିଛନ୍ତି ।

Post Views11 Total Count

Apply Now


This will close in 0 seconds

error: Content is protected !!