ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ଏନେଇ ଦଳର ରାଷ୍ଟ୍ରୀୟ ସାଧାରଣ ସଂପାଦକ ଅରୁଣ ସିଂହ ନିର୍ବାଚନ ଆୟୋଗଙ୍କୁ ସୂଚନା ଦେଇଛନ୍ତି । ବିଜେପିର ଏହି ଷ୍ଟାର ପ୍ରଚାରକ ତାଲିକାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ସର୍ଦ୍ଦାର ହରଦୀପ ସିଂହ ପୁରୀ, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହଙ୍କ ନାଁ ସାମିଲ ହୋଇଛି । ସେହିଭଳି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟାକ୍ଷ ଏବଂ ବୈଜୟନ୍ତ ପଣ୍ଡା ଦିଲ୍ଲୀ ନିର୍ବାଚନରେ ବିଜେପିର ଷ୍ଟାର ପ୍ରଚାରକ ହୋଇଛନ୍ତି ।

ତାଲିକାରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସାମିଲ କରାଯାଇଛି। ଏଥିରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା, ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଏବଂ ହରିୟାଣ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀଙ୍କ ନାଁ ସାମିଲ ରହିଛି ।ଉତ୍ତର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ପେମଚନ୍ଦ ବୈରବା ଏବଂ ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ମଧ୍ୟ ସ୍ଥାନ ମିଳିଛି । ଏହା ବାଦ ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବିରେନ୍ଦ୍ର ସଚଦେବ, ସାଂସଦ ଅତୁଲ ଗର୍ଗ, ଦିଲ୍ଲୀ ବିଜେପି ସହ-ପ୍ରଭାରୀ ଡା. ଅଳକା ଗୁର୍ଜର, କେନ୍ଦ୍ରମନ୍ତ୍ରୀ ଏବଂ ଦିଲ୍ଲୀ ସାଂସଦ ହର୍ଷ ମଲହୋତ୍ରା ଏବଂ ସାଂସଦ ମନୋଜ ତଓ୍ବାରୀ ପ୍ରମୁଖ ବିଜେପିର ଷ୍ଟାର ପ୍ରଚାରକ ରହିବେ ।

Post Views24 Total Count

Apply Now


This will close in 0 seconds

error: Content is protected !!