ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ। ଗତକାଲି ରାଜ୍ୟର ୧୦ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିଲା। ୩୮.୨ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ।
ସେହିପରି ବଲାଙ୍ଗିର ୩୮.୧, ଅନୁଗୁଳ ୩୭.୯, ଟିଟିଲାଗଡ଼, ୩୭.୬, ଭଦ୍ରକ ୩୭.୫ ଓ ଝାରସୁଗୁଡ଼ାରେ ୩୭.୫ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଗତକାଲି ୩୬.୧ ଡିଗ୍ରୀ ଥିଲା ସର୍ବୋଚ୍ଚ ତାପମାତ୍ରା । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ଆରମ୍ଭ ମଧ୍ୟରେ ପ୍ରତିଦିନ ପାରଦ ଉପରମୁହାଁ ହେବାରେ ଲାଗିଛି ।

