ମାର୍ଚ୍ଚ ୫ରେ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ

ମାର୍ଚ୍ଚ ୫ ତାରିଖରେ ସମସ୍ତ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶ।ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଭାଗ ପକ୍ଷରୁ ଚିଠି କରାଯାଇଛି। ସମସ୍ତ ସରକାରୀ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ୫ ତାରିଖରେ ଛୁଟି ରହୁଥିଲା।ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ପାଳନ ତାରିଖରେ ପରିବର୍ତ୍ତନ କରିଛନ୍ତି । ଏଣିକି ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତରାଜ ଦିବସ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ସରକାରୀ ବୟାନରେ କୁହାଯାଇଛି ଯେ ୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଛି । ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ । ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ବୟାନରେ କୁହାଯାଇଛି, ‘ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।ବୟାନରେ ଆହୁରି କୁହାଯାଇଛି, ‘ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ।’

Post Views5 Total Count

Apply Now


This will close in 0 seconds

error: Content is protected !!