ବାବୁଶାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକପ୍ରିୟ ଅଭିନେତା ସ୍ବର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚିଛନ୍ତି। ସେ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଦେବା ସହ ଅପରାଜିତା ମହାନ୍ତି, ବାବୁସାନଙ୍କ ସମେତ ପରିବାରଙ୍କୁ ଭେଟଛନ୍ତି ଧର୍ମେନ୍ଦ୍ର ।

ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ଉତ୍ତମ ମହାନ୍ତିଙ୍କ ଜୀବନବ୍ୟାପୀ ସାଧନା ଓ କୃତି ପାଇଁ ସେ ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ସମମରେ ଧର୍ମେନ୍ଦ୍ରଙ୍କ ସହ ବାବୁସିଂଙ୍କୁ ମଧ୍ୟ ଦେଖିବାକୁ ମିଳୁଛି।

ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

Post Views35 Total Count

Apply Now


This will close in 0 seconds

error: Content is protected !!