ପ୍ରେସ ଗ୍ୟାଲେରୀ ସାମ୍ବାଦିକଙ୍କୁ ମୋବାଇଲମନା

ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି। ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି।

ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି।

ଏନେଇ ମୁହଁ ଖୋଲିଛନ୍ତି ତାରା। ସେ କହିଛନ୍ତି, ରାତି ସାରା ପ୍ରତିବାଦ କରିବୁ । ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ କରିବୁ। ବିଧାନସଭାରେ ଅଶାନ୍ତ ପରିବେଶ ନେଇ ବାଚସ୍ପତିଙ୍କୁ ଜଣାଇଥିଲୁ ହେଲେ ଆମ କଥା ଶୁଣିଲେନି। ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଜୟନାରାୟଣ ମୋର କଲର୍ ଧରିଲେ, ବାବୁ ସିଂ ଧକ୍କା ମାରିଲେ। ଏନେଇ ଲେଖିକି ଜଣାଇଲୁ ହେଲେ ବାଚସ୍ପତି ଶୁଣିଲେନି। ମୁଁ ସରକାରଙ୍କ ବିରୋଧରେ କହୁଛି ବୋଲି ସେମାନେ ଡରୁଛନ୍ତି।

Post Views51 Total Count

Apply Now


This will close in 0 seconds

error: Content is protected !!