ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା,ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର ଓ ମୟୁରଭଞ୍ଜ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Post Views27 Total Count

Apply Now


This will close in 0 seconds

error: Content is protected !!