ଆରମ୍ଭରୁ ଅଚଳ ବିଧାନସଭା

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଙ୍ଗାମା । ଗୃହର ମଧ୍ୟଭାଗକୁ ଆସି ହଙ୍ଗାମା କରିଛନ୍ତି ବିରୋଧୀ। ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡେଇ ପ୍ରତିବାଦ କଲେ କଂଗ୍ରେସ କର୍ମୀ । ଏହାସହିତ ପ୍ଲାକାର୍ଡ ଧରି ଗୃହରେ ନାରାବାଜି କଲେ ବିରୋଧୀ । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ୧୨ଯା୯ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି।

ଆଜିର ବିଧାନସଭା ଅଧିବେଶନ ଆରମ୍ଭରେ ଦିବଂଗତ ପୂର୍ବତନ ବିଧାୟକ ଦେବେନ୍ଦ୍ରନାଥ ଶର୍ମାଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଏହାକୁ ସମର୍ଥନ କଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସମର୍ଥନ କଲେ କଂଗ୍ରେସ ବିଧାୟକ ଦଳ ନେତା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ଶୋକ ପ୍ରସ୍ତାବକୁ ପାରିତ କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଦିବଂଗତ ପୂର୍ବତନ ବିଧାୟକଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ଧରି ନୀରବ ପ୍ରାର୍ଥନା କରିଥିଲେ ସମସ୍ତ ସଦସ୍ୟ।

Post Views38 Total Count

Apply Now


This will close in 0 seconds

error: Content is protected !!