ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଅପେକ୍ଷାର ଘଟିଲା ଅନ୍ତ। ଶୁକ୍ରବାର ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ। ଶୁକ୍ରବାର ଅପରାହ୍ନ ୪ଟାରେ ବୋର୍ଡ ଓ୍ବେବସାଇଟ୍‌ରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।ମାଟ୍ରିକ ପରୀକ୍ଷା ଫଳ ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଏବଂ ମଧ୍ୟମା ପରୀକ୍ଷାର ଫଳ ମଧ୍ୟ ପ୍ରକାଶ କରାଯିବ। ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ ଓ୍ବେବସାଇଟwww.bseodisha.ac.inରେ ସେମାନଙ୍କର ପରୀକ୍ଷା ଫଳ ଦେଖିପାରିବେ । ସେହିଭଳି ଛାତ୍ରଛାତ୍ରୀମାନେ ଏସଏମଏସ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିପାରିବେ।

ସୂଚନାଥାଉକି, ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା । ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିବା ସହ ୬ ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଥିଲା । ସେହିପରି ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ QR କୋଡ୍‌ ବ୍ୟବସ୍ଥା ହୋଇଥିଲା । ମାର୍ଚ୍ଚ ୧୯ରୁ ଆରମ୍ଭ ହୋଇଥିଲା ଖାତା ଦେଖା।

Post Views21 Total Count

Apply Now


This will close in 0 seconds

error: Content is protected !!