କ୍ଷୀର ଲିଟର ପିଛା ୩ ଟଙ୍କା ବୃଦ୍ଧି

ମହାଙ୍ଗା ହେବ ଓମଫେଡ କ୍ଷୀର । ଦୁଗ୍ଧ ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ଷୀର ଲିଟର ପିଛା ୩ ଟଙ୍କା ଅଧିକ ପାଇବେ ଦୁଗ୍ଧ ଚାଷୀ । ଏଥି ସହିତ ଓମଫେଡ ଚାଷୀମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲିଟର ପିଛା 4 ଟଙ୍କା ଦର ବଢିବାର ଥିଲା । ରାଜ୍ୟ ସରକାର ୨ ଟଙ୍କା ବହନ କରିବେ । ଆଉ ୨ ଟଙ୍କା ଖାଉଟିଙ୍କୁ ଦେବାକୁ ପଡିବ ।

ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି । ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଏହି ଅବସରରେ ଓମଫେଡ୍‌ ବାଲ୍ଟି ଦହି, ଏ-2 ମିଲ୍କ, ଏ-2 ଘିଅର ଶୁଭ ଉଦ୍‌ଘାଟନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଅନୁଷ୍ଠିତ ହୋଇଥିଲା।

Post Views38 Total Count

Apply Now


This will close in 0 seconds

error: Content is protected !!