ଶରଧାବାଲିରେ ପହଂଚିଲା ତିନିରଥ

ଶରଧାବାଲିରେ ପହଂଚିଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ | ଆଉ ନନ୍ଦିଘୋଷ ରଥ ଏବେ ପହଂଚିଥିବାବେଳେ ପୂର୍ବରୁ ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଂଚିଥିଲେ | ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ଲକ୍ଷାଧିକ ଶ୍ରଦ୍ଧାଳୁ ରଥକୁ ଟାଣି ଟାଣି ମାଉସୀ ମା ମନ୍ଦିର ଯାଏଁ ନେଇଯାଇଥିଲେ | ଉଲ୍ଲେଖ ଥାଉ କି ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା।

ଫାଳି ଲାଗିବା ପରେ ବି ବିଶେଷ ପରିବର୍ତ୍ତନ ହୋଇ ନଥିଲା। ସ୍ଥିତି ଏତେ ଗମ୍ଭୀର ହେଲା ଯେ ରାଜନଅର ଛୁଇଁବା ବେଳକୁ ଘଣ୍ଟାଏରୁ ଅଧିକ ସମୟ ଲାଗି ଯାଇଥିଲା। ଆରମ୍ଭରୁ ମୋଡ଼ ନେଇଥିଲା, ବାରମ୍ବାର ଫାଳି ଲାଗିଥିଲା। ରଥ ମରିଚିକୋଟ ଛକ ଅତିକ୍ରମ କରିବା ବେଳକୁ ଅଢ଼େଇ ଘଣ୍ଟା ବିତିଯାଇଥିଲା। ସେହିପରି ସୁଭଦ୍ରାଙ୍କ ଦର୍ପଦଳନ ରଥ ଟାଣିବା ନିଷ୍ପତ୍ତି ବେଳକୁ ସେତେବେଳକୁ ଭିଡ଼ ନିୟନ୍ତ୍ରଣ କରିବା ମୁସ୍କିଲ ହୋଇପଡ଼ିଥିଲା ।

ରଥ କର୍ଡନ୍‌ ଖାଲି କରାଯାଇପାରିଲା ନାହିଁ ଓ ରଥ ସାମନାରେ ହଜାର ହଜାର ଲୋକଙ୍କ ଭିଡ଼ ସ୍ଥିତିକୁ ଆହୁରି ଜଟିଳ କରିଦେଇଥିଲା। ସେହିପରି ସିଂହଦ୍ବାରରେ ଅଟକିଯାଇଥିଲା ମହାବାହୁଙ୍କ ରଥ। ବିଧିରକ୍ଷା ପାଇଁ ସନ୍ଧ୍ୟା ୭ଟା ୪୫ ମିନିଟ୍‌ରେ ରଥ ଟଣାଗଲା। ଚକେ ଗଡ଼ିଛି, ଆଉ ବନ୍ଦ ହୋଇଥିଲା ରଥଟଣା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଘୋଷଣା କରିଥିଲେ ଯେ ଶନିବାର ସକାଳ ସାଢ଼େ ୯ଟାରେ ରଥ ଟଣାଯିବ। ଆଉ ସେହି ଘୋଷଣା ମୁତାବକ ଆଜି ସକାଳେ ରଥଟଣା ଆରମ୍ଭ ହୋଇଥିଲା | ଆଉ ଏବେ ଶରଧାବାଲିରେ ତିନି ରଥ ପହଞ୍ଚିସାରିଛନ୍ତି |

Post Views9 Total Count

Apply Now


This will close in 0 seconds

error: Content is protected !!