ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଛାତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ  ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୋକୁଳାନନ୍ଦ ମଲ୍ଲିକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଅଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମ‌ସ୍ତେ ରାଖୀ ବାନ୍ଧିବାର କାର୍ଯ୍ୟକ୍ରମ ସଂପୂର୍ଣ୍ଣ ନିଆରା। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର କାର୍ଯ୍ୟ କରୁଛି। ବିକଶିତ ଭାରତ ଗଠନରେ ଓଡ଼ିଶା ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବ। ସମାଜର ୪ଟି ବର୍ଗର ବ୍ୟକ୍ତିମାନଙ୍କ ପାଇଁ ବିଶେଷ କାମ କରୁଛନ୍ତି। ଓଡ଼ିଶାର ଦକ୍ଷିଣାଞ୍ଚଳରେ ଜୟପୁରରେ ସରକାରଙ୍କ ଯୋଜନା ପହଞ୍ଚାଇବା ଆମର ଲକ୍ଷ୍ୟ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଖୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କୁ ବ‌ାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି। ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତି ଟଙ୍କା ପାଇବେ। ଏହି ଅବସରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଟଙ୍କା ବାଣ୍ଟିବେ।

Post Views2 Total Count

Apply Now


This will close in 0 seconds

error: Content is protected !!