ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । କିଛି ଦିନ ତଳେ ମୁମ୍ବାଇରୁ ଅସ୍ତ୍ରୋପଚାର ସାରି ଫେରିଥିଲେ ନବୀନ । ମୁମ୍ୱାଇରୁ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ପରେ ସେ ଭୁବନେଶ୍ୱର ଫେରିଥିଲେ । ତାଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା । ଗତରାତିରେ ନବୀନଙ୍କ ଚେକଅପ୍ ପାଇଁ ଡାକ୍ତରମାନଙ୍କର ଏକ ଟିମ୍ ନବୀନ ନିବାସ ଯାଇଥିଲେ ହେଲେ ଆଜି ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଛି । ଘରୋଇ ହସ୍ପିଟାଲ୍ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ତେବେ ଚିକିତ୍ସା ପାଇଁ ଗତ ଜୁନ୍ ମାସରେ ମୁମ୍ବାଇ ଯାଇଥିଲେ ନବୀନ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ ନବୀନ । ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା ।
Related Posts
କଳାହାଣ୍ଡି ବିଶ୍ୱବିଦ୍ୟାଳୟରୁ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ
କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ ବଦଳିଲା । କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ନାମିତ କରାଯାଇଛି କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ…
ଛତିଶଗଡ ବିଜାପୁରରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ
ପୁଣି ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ଛତିଶଗଡ ବିଜାପୁର ଜାତୀୟ ଉଦ୍ୟାନ ଜଙ୍ଗଲରେ ଗୁଳି ବିନିମୟ ହୋଇଛି । ଏନକାଉଣ୍ଟରରେ ନିହତ…
ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, CMRFରୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା
ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ। କେନ୍ଦୁଝରର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…

