ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ସୂଚନାରୁ ଜଣାଯାଇଛି ଆଜି ଶ୍ରୀସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ ।

ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି ।

ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି। ମୁଣ୍ଡରେ ୧୨ଟି ଷ୍ଟିଚ ପଡିଥିବା ସୂଚନା ମିଳିଛି ।

Post Views5 Total Count

Apply Now


This will close in 0 seconds

error: Content is protected !!