ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି । ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି।

ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ।

ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା ।

Post Views67 Total Count

Apply Now


This will close in 0 seconds

error: Content is protected !!