ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ ନାହିଁ।ଦୀପାବଳି ପାଳନ ନେଇ ପୂର୍ବରୁ ଅକ୍ଟୋବର ୨୦ ତାରିଖ ଠିକ୍ ବୋଲି ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ କୁହାଯାଇଛି।

ତେବେ ଲୋକଙ୍କ ମଧ୍ୟରେ ଦୀପାବଳି ପାଳନ ଓ ଛୁଟି ନେଇ ଦ୍ବନ୍ଦ୍ବ ରହିଥିଲା। ଦୀପାବଳି ନେଇ ଚଳିତ ଥର ଦ୍ବନ୍ଦ୍ବ ଉପୁଜି ଥିଲା। କିଛି ଲୋକ ଆସନ୍ତା ୨୦ ତାରିଖରେ ଦୀପାବଳି ପାଳନ ପାଇଁ ଚିନ୍ତା କରୁଛନ୍ତି।

ଆଉ କିଛି ଅକ୍ଟୋବର ୨୧ରେ ଦୀପାବଳି ହେବ ବୋଲି କହୁଛନ୍ତି। ୨୦ ତାରିଖ ଦିନ ଦିନ ଦୀପଦାନ ଏବଂ ପୟା ଶ୍ରାଦ୍ଧ ପାଳିବାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ କୁହାଯାଇଛି। ସରକାର ୨୧ ତାରିଖ ପରିବର୍ତ୍ତେ ୨୦ ତାରିଖକୁ ଛୁଟି ଘୋଷଣା କରିବାକୁ ଦାବି ହୋଇଥିଲା।

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କୁ ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫%ରୁ ୫୮%କୁ ବୃଦ୍ଧି ପାଇଲା।

Post Views5 Total Count

Apply Now


This will close in 0 seconds

error: Content is protected !!