୫ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ

ରାଜ୍ୟ କ୍ୟାବିନେଟର ୨୯ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍‌ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ‌ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଜି କ୍ୟାବିନେଟ୍‌ରେ ଅନୁମୋଦନ ମିଳିଥିବା ପ୍ରସ୍ତାବ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତି କରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ସାମିଲ ରହିଛି।
ଶ୍ରୀ ଆହୁଜା କହିଛନ୍ତି, ଆଗାମୀ ୧୦ ବର୍ଷ ପାଇଁ ୨୦୦ଟି ଇ-ବସ୍‌ ରାଜ୍ୟରେ ଚାଲିବ। ଏଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ୍‌ ଚାଲିବ। ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ୍‌ ଚାଲିବ। ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଣିକି ଆହାର ଯୋଜନା ପାଇଁ ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ। ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ କ୍ଷୁଦ୍ର ପ୍ରାଣୀ ଉନ୍ନୟନ ଉପ ଯୋଜନାକୁ କ୍ୟାବିନେଟ୍‌ର ମୋହର ବାଜିଛି। ଏହି ଯୋଜନା ଆସନ୍ତା ୪ ବର୍ଷ ପାଇଁ ୨୯୪.୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ଯୋଜନା ଦ୍ୱାରା ୨୩ ହଜାର ୭୩୫ କୃଷକ ଉପକୃତ ହେବେ। ରାଜ୍ୟର ଅତିରିକ୍ତ ଭାବେ ୫.୨ କେଜି ମୁଣ୍ଡା ପିଛା ବାର୍ଷିକ ମାଛ, ୭.୪ କେଜି ମୁଣ୍ଡା ପିଛା ବାର୍ଷିକ ମାଂସ ଉତ୍ପାଦନ ବୃଦ୍ଧି ହେବ। ଫସଲ ବିବିଧିକରଣ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫୨୩.୯୮ କୋଟି ଟଙ୍କା।

ସେହିପରି ବିମାନ ଚଳାଚଳ କ୍ଷେତ୍ର ପାଇଁ ଭିତ୍ତିଭୂମି ବିକାଶ ଓ ଆଧୁନୀକରଣ ପାଇଁ ଖର୍ଚ୍ଚ ହେବ ୪.୧୮୨ କୋଟି ଟଙ୍କା। ଏହାକୁ କ୍ୟାବିନେଟ୍‌ର ମୋହର ବାଜିଛି। ବିମାନ ସଂଯୋଗ, ରକ୍ଷଣାବେକ୍ଷଣ, ମରାମତି, କର୍ଗୋ ଓ ଲଜେଷ୍ଟିକ ବିକାଶ, ନୂଆ ପ୍ରଯୁକ୍ତିବିଦ୍ୟା ର ବ୍ୟବହାର ଇତ୍ୟାଦି ଅର୍ନ୍ତଭୁକ୍ତ ରହିଛି।

Post Views7 Total Count

Apply Now


This will close in 0 seconds

error: Content is protected !!