ବଢିଲା ବାତ୍ୟା ଭୟ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି।

ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଗତିଶୀଳ ହେବା ସହ ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି।

ଏହା ବାତ୍ୟା ରୂପ ନେବ କି ନାହିଁ ସେ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ଏପର୍ଯ୍ୟନ୍ତ କୌଣସି ପୂର୍ବାନୁମାନ କରି ନାହିଁ। ତେବେ ଅବପାତ ପରେ ଅଧିକ ଘନୀଭୂତ ହେବାକୁ ଥିବାରୁ ବାତ୍ୟାରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

Post Views6 Total Count

Apply Now


This will close in 0 seconds

error: Content is protected !!