ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି ।

ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ । ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ।

ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Post Views5 Total Count

Apply Now


This will close in 0 seconds

error: Content is protected !!