୧୨ ତାରିଖରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଇଛନ୍ତି ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ। ଏହି ଧର୍ମଘଟକୁ ସମର୍ଥନ ଘୋଷଣା କରିଛି ରାଜ୍ୟ କଂଗ୍ରେସ। ସମର୍ଥନ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ମନରେଗା ଉଚ୍ଛେଦ ସହ ଶ୍ରମିକ ବିରୋଧୀ ୪ ଶ୍ରମ-କୋଡ୍ ବାତିଲ ଦାବିରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛନ୍ତି ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ।
ଶ୍ରମିକ, ସାଧାରଣ ଉପଭୋକ୍ତା ଓ ଚାଷୀମାନଙ୍କର ସମୁହ ସ୍ବାର୍ଥକୁ ଦୃଷ୍ଟିରେ ରଖି ଓଡ଼ିଶାରେ କଂଗ୍ରେସର ତୃଣମୂଳସ୍ତର ଯାଏ ନେତା ଓ କର୍ମୀ ଧର୍ମଘଟକୁ ସମର୍ଥନ କରିବା ପାଇଁ ପିସିସି ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା କଂଗ୍ରେସର ମୂଳ ପ୍ରସଙ୍ଗ ମନରେଗା, ବିଜୁଳି ଓ ଧାନସଂଗ୍ରହକୁ ଧର୍ମଘଟରେ ଗୁରୁତ୍ବ ଦିଆଯାଉଥିବା ସ୍ବାଗତ ଯୋଗ୍ୟ ବୋଲି ଭକ୍ତ ଦାସ କହିଛନ୍ତି।

